
ସମ୍ବଲପୁର, ୨୯ ସେପ୍ଟେମ୍ବର (ହି.ସ.)- ମଙ୍ଗଳବାର ଅପରାହ୍ନ ୩ଟା ସୁଦ୍ଧା ୨୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦେଖି ସନ୍ଧ୍ୟା ସୁଦ୍ଧା ଆଉ ୩ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ମୋଟ୍ ୧୯ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୬ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୯.୬୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୩ ହଜାର ୪୯୫ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୧୯ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୩ ଲକ୍ଷ ୯୦ ହଜାର ୭୮୬ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ହାରାହାରି ୦.୦୬ ମି.ମି. ଏବଂ ତଳ ମୁଣ୍ଡରେ ହାରାହାରି ୦.୦୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ